ରିପୋର୍ଟ କାର୍ଡ / ଭୁବନେଶ୍ୱର
ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ ଶେଷ ହୋଇଛି । ପ୍ରାୟ ୪ ଘଣ୍ଟା ଲାଏ ଡିଟେକ୍ସନ ଟେଷ୍ଟରେ ବିଦ୍ୟାଭାରତୀଙ୍କୁ ପାଖାପାଖି ୧୦୦ ପ୍ରଶ୍ନ ପଚରାଯାଇଥିବା ସୂଚନା ମିଳିଛି । ସୋମବାର ଭୁବନେଶ୍ବର ଫୋରେନସିକ୍ ଲାବୋରେଟୋରୀରେ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି । ପୂର୍ବରୁ ଦେଇଥିବା ବୟାନ ଏବଂ ଲାଏ ଡିଟେକ୍ସନ ଟେଷ୍ଟରେ ଆସିଥିବା ରିପୋର୍ଟକୁ ତର୍ଜମା କରିବ କ୍ରାଇମବ୍ରାଞ୍ଚ । ଉଲ୍ଲେଖଯୋଗ୍ୟ ଯେ, ଗତ ଶନିବାର ଗଜପତି DFO ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟାଙ୍କର ଲାଏ ଡିଟେକ୍ସନ ଟେଷ୍ଟ ହୋଇଥିଲା । ପ୍ରାୟ ୩ ଘଣ୍ଟା କାଳ ଟେଷ୍ଟରେ ତାଙ୍କୁ ୧୦୦ଟି ପ୍ରଶ୍ନ ପଚରା ଯାଇଥିଲା । ସେହିପରି ରୋଷେୟାଙ୍କ ଲାଏ ଡିଟେକ୍ସନ ଟେଷ୍ଟରେ ୧୨୦ ମିନିଟରେ ୬୦ପ୍ରଶ୍ନ କରିଥିଲା କ୍ରାଇମବ୍ରାଞ୍ଚ । ରାଜ୍ୟ ଫୋରେନସିକ୍ ଲାବୋରେଟୋରୀରେ ହୋଇଥିଲା ଲାଏ ଡିଟେକ୍ସନ ଟେଷ୍ଟ । ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ରହସ୍ୟ ଉପରୁ ପରଦା ଉଠାଇବାକୁ କ୍ରାଇମବ୍ରାଞ୍ଚର ଘଟଣାର ତଦନ୍ତ ଚଳାଇଛି ।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..