ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଗୁଲାବ’ମାଢି ଆସୁଛି | ପୂର୍ବରୁ ସୂଚନା ମିଳିଥିଲାକି ବାତ୍ୟା ଗୁଲାବ ଆଜି ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ ବୋଲି | କିନ୍ତୁ ‘ଗୁଲାବ’ ସ୍ଥଳଭାଗ ଛୁଇଁବାର ସମୟ ବଦଳିଛି ମଧ୍ୟରାତ୍ରିରେ ଗୋପାଳପୁର ଓ କଳିଙ୍ଗପଟ୍ଟନମ ମଝିରେ ସ୍ଥଳଭାଗ ଛୁଇଁବ | ପବନର ବେଗ କମ ଥିବା ବେଳେ ବର୍ଷା ଅଧିକ ହେବ ସୂଚନା ମିଳିଛି | ସତର୍କତାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି । ‘ଗୁଲାବ’ ପାଇଁ ୭ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା ହେଲା-ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। ୪ଟି ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ୱାର୍ଣ୍ଣିଂ ଜିଲ୍ଲା ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲା ହେଲା ଜିଲ୍ଲାର ହେଲା- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗିର ଏବଂ ନବରଙ୍ଗପୁର।ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ର ପ୍ରଭାବ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରରେ ପଡ଼ିବାର ଆଶଙ୍କା ରହିଛି । ଓଡ୍ରାଫରେ ୪୨ ଓ ଏନ୍ ଡିଆର୍ ଏଫ୍ ରେ ୨୪ଟି ଦଳ ମୁତୟନ ହୋଇଛନ୍ତି। ଗଜପତିର ୧୫ଟି ଗାଁର ୫୮୬ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ପୂର୍ବତନ ରେଳୱେ ୨୬ଏବଂ ୨୭ ତାରିଖ ଲାଗି ୨୮ଟି ଟ୍ରେନ୍ ବାତିଲ କରାଯାଇଛି ।






More Stories
ସଚିବସ୍ତରୀୟ ବୈଠକ ପରେ ମୁଖ୍ୟ ସଚିବଙ୍କ ବଡ଼ ସୂଚନା…..
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ବନ୍ଧା ହେଲେ ନକଲି ଡାକ୍ତର…..