ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮,୮୭୦ କରୋନା ଆକ୍ରାନ୍ତ ହୋଇଥିବା ବେଳେ ୩୭୮ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ,ଆଜିର ଚିହ୍ନଟ କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୭ ଲକ୍ଷ ୧୬ ହଜାର ୪୫୧ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୭ ହଜାର ୭୫୧ରେ ପହଞ୍ଚିଛି । ଏବେ ଦେଶରେ ୨୮୨୫୨୦ ସକ୍ରିୟ ମାମଲା ରହିଛି । ସେହିପରି ୩୨୯୮୬୧୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।






More Stories
ଲିଭ୍-ଇନ୍ ସମ୍ପର୍କକୁ ମିଳିବ ସ୍ଵାମୀ ସ୍ତ୍ରୀ ମାନ୍ୟତା…..
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..
ଭୟଙ୍କର ବିମାନ ଦୁର୍ଘଟଣା,୨୯ ମୃତ…..