Report Card Odisha

| Daily Odia News

ACF ମୃତ୍ୟୁ ମାମଲା:ଆସିଲା DFO, ରୋଷେୟା,ପତ୍ନୀ-ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ DFO, ରୋଷେୟା ଓ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ କ୍ରାଇମବ୍ରାଞ୍ଚ ପାଖକୁ ଆସିଛି । ପୂର୍ବ ବୟାନ ଓ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟକୁ ନେଇ ଏବେ କ୍ରାଇମ୍‌ବ୍ରାଞ୍ଚ ତର୍ଜମା କରୁଛି। ଉଭୟର ତର୍ଜମା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜଣାପଡ଼ିଛି। ସେପ୍ଟେମ୍ବର ୨୦ରେ ଭୁବନେଶ୍ୱର ସ୍ଥିତ ଷ୍ଟେଟ୍ ଫୋରେନ୍ସିକ୍ ସାଇନ୍ସ ଲାବୋରେଟୋରିରେ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହୋଇଥିଲା । ଲାଏ ଡିଟେକ୍ସନ ଟେଷ୍ଟ ବେଳେ ବିଦ୍ୟାଙ୍କୁ ଫୋରେନସିକ୍ ଅଧିକାରୀ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ପଚାରିଥିଲେ ବୋଲି ଜଣାପଡ଼ିଛି। ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହେବା ପୂର୍ବରୁ ଡିଏଫ୍ଓ ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କର ଲାଏ ଡିଟେକ୍ସନ ଟେଷ୍ଟ ହୋଇଥିଲା। ପୂର୍ବରୁ ହୋଇଥିବା ଦୁଇ ଦୁଇ ଥର ଜେରାରେ ଉଭୟେ କେତେ ସତ କହିଛନ୍ତି, କେତେ ସତ ଢୋକିଛନ୍ତି, ସେସବୁ ଧରିବାକୁ ଦୁହିଁଙ୍କର ଅଲଗା ଅଲଗା ହୋଇଥିଲା ଲାଇଡିଟେକ୍ସନ୍ ଟେଷ୍ଟ।

Breaking News