Report Card Odisha

| Daily Odia News

୫ ବର୍ଷ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ……

The Union Minister for Information & Broadcasting, Youth Affairs and Sports, Shri Anurag Singh Thakur holding a press conference on Cabinet Decisions, in New Delhi on July 22, 2021.

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

PM-Poshan ଯୋଜନା ଆରମ୍ଭ କରିଛନ୍ତି କେନ୍ଦ୍ର ସରକାର। ଏହି ଯୋଜନାକୁ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଛି। ଏହାଦ୍ୱାରା ସାରା ଦେଶରେ ୧୧.୨ ଲକ୍ଷରୁ ଅଧିକ ସରକାରୀ ଏବଂ ସରକାରୀ ସହାୟକ ବିଦ୍ୟାଳୟର ଛାତ୍ରଛାତ୍ରୀ ଉପକୃତ ହେବେ ବୋଲି ଆଶା କରାଯାଉଛି। ଏହି ଯୋଜନା ଅଧୀନରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ମିଳିବ। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଯେ ଏହି ଯୋଜନା ୫ ବର୍ଷ ପର୍ଯ୍ୟନ୍ତ ଚାଲିବ ଏବଂ ଏଥିପାଇଁ ୧.୩୧ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିସହ NEIA ଯୋଜନା ଜାରି ରଖିବା ସହ ଏବଂ ୫ ବର୍ଷ ମଧ୍ୟରେ ୧୬୫୦ କୋଟି ଟଙ୍କା ଅନୁଦାନ ପ୍ରଦାନକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି।

Breaking News