ରିପୋର୍ଟ କାର୍ଡ / ଭୁବନେଶ୍ୱର
ଟ୍ରକ- ଟେମ୍ପୋର ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣା ସ୍ଥଳରେ ୨ ଟେମ୍ପୋ ଚାଳକଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ୨ ଜଣ ଆହତ ହୋଇଛନ୍ତି।ଏଭଳି ଦୁର୍ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ଲୁହୁରାପାଲି ନିକଟରେ | ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ସଇଁତଳା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତାହତମାନେ ଶିଶକେଳା ଗାଁର ହୋଇଥିବା ଜଣାପଡ଼ିଛି ।ସୂଚନା ଅନୁଯାୟୀ, ଆଜି ସକାଳେ ସେମାନେ ଏକ ଟେମ୍ପୋରେ କୁଇକେଡା ମାର୍କେଟକୁ ଆସୁଥିବା ବେଳେ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ