ରିପୋର୍ଟ କାର୍ଡ / ଭୁବନେଶ୍ୱର
ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା ହାଇକୋର୍ଟରେ ପହଞ୍ଚିଛି । ଆଜି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ସୌମ୍ୟରଞ୍ଜନଙ୍କ ପରିବାର। ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା ଦାଏର କରାଯାଇଛି। ପୋଲିସ ଜାଣିଶୁଣି ତଦନ୍ତକୁ ବାଟବଣା କରୁଥିବା ପରି ସଙ୍ଗୀନ ଅଭିଯୋଗ କରିଛନ୍ତି ସୌମ୍ୟଙ୍କ ପରିବାର ଲୋକ। ଏହି ମାମଲାରେ ପୋଲିସ ଡିଜି, କ୍ରାଇମବ୍ରାଞ୍ଚ ଏଡିଜିଙ୍କୁ ପକ୍ଷଭୁକ୍ତ କରାଯାଇଛି। ସିବିଆଇ ନିର୍ଦ୍ଦେଶକ ଓ ରାଜ୍ୟ ଗୃହ ସଚିବଙ୍କୁ ମଧ୍ୟ ପକ୍ଷଭୁକ୍ତ କରାଯାଇଛି । ସୂଚନା ଅନୁସାରେ, ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାର ତଦନ୍ତ ପ୍ରକ୍ରିୟା ଆଗକୁ ବଢିଥିଲା | ପାରଳାଖେମୁଣ୍ଡି DFO, ରୋଷେୟା ଓ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ କ୍ରାଇମବ୍ରାଞ୍ଚ ପାଖକୁ ଆସିଥିଲା। ତେବେ ପୂର୍ବ ବୟାନ ଓ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟକୁ ନେଇ ଏବେ କ୍ରାଇମ୍ବ୍ରାଞ୍ଚ ଘଟଣାର ଖୋଳତାଡ଼ କରୁଛି। ସେପ୍ଟେମ୍ବର ୨୦ରେ ଭୁବନେଶ୍ୱର ସ୍ଥିତ ଷ୍ଟେଟ୍ ଫୋରେନ୍ସିକ୍ ସାଇନ୍ସ ଲାବୋରେଟୋରିରେ ବିଦ୍ୟାଭାରତୀଙ୍କର ଲାଏ ଡ଼ିଟେକ୍ସନ ଟେଷ୍ଟ କରାଯାଇଥିଲା। ତେବେ ଏହି ସମୟରେ ପୋଲିସ ଅନେକ ଗୁରୁତ୍ୱପୂର୍ଣ୍ଣ କଥାର ତଥ୍ୟ ପାଇଥିବା ନେଇ ସୂଚନା ମିଳିଛି।






More Stories
ମା’ର ହତ୍ୟା ଦେଖିଦେବାରୁ ଭାଣିଜୀକୁ ମାରିଦେଲେ…..
ମା’କୁ ଜାଳିଦେଲେ ପୁଅ…..
KIIT ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର,ଦୋଷୀକୁ କ୍ଷମା ନାହିଁ……