ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ୨ ଦିନ ମଧ୍ୟମ ଧରଣର ବର୍ଷା ହେବ। ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୫ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିଭଳି ୬ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।






More Stories
ପ୍ରବଳ ବର୍ଷାର ସମ୍ଭାବନା…..
ଆଉ ଜଣେ IPS ଦେଲେ ଇସ୍ତଫା…..
କ୍ରାଇମ ବ୍ରାଞ୍ଚରେ ଏଫ୍ଆଇଆର୍ ହେବ:ମୁଖ୍ୟମନ୍ତ୍ରୀ…..