ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ୨୪ ଘଣ୍ଟାରେ ୪୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତନକର ମୃତ୍ୟୁ ହୋଇଛି | ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୫୩ ଆକ୍ରାନ୍ତ ହୋଇଛନ୍ତି। କ୍ୱାରେଣ୍ଟିନରୁ ୨୬୫, ଲୋକାଲ କେସ୍ ୧୮୮ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୦୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୮୧୯କୁ ବୃଦ୍ଧି ହୋଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫୯ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୦୧ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲରୁ ୪୫ଜଣ ରହିଛନ୍ତି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ସୂଚନା ଓ ଲୋକସମ୍ପର୍କ ବିଭାଗ। ସେହିପରି ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ରହିଛନ୍ତି ଭୁବନେଶ୍ୱରରୁ ଜଣେ ୫୬ ବର୍ଷୀୟା ମହିଳା । ଗଞ୍ଜାମ ଜିଲ୍ଲାର ଜଣେ ୭୨ ବର୍ଷ ଓ ଜଣେ ୪୫ ବର୍ଷ ପୁରୁଷଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୮,୨୨୩କୁ ବୃଦ୍ଧି ହୋଇଚି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……