ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗୋଟିଏ ପଟେ ପାର୍ବଣର ମାହୋଲ ଜାରି ରହିଛି | ଅନ୍ୟପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଲାଣି | ଗତ ୨୪ ଘଣ୍ଟା ମଧ୍ୟରେ ୫୮୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୩୭ ଓ ସ୍ଥାନୀୟ ସଂକ୍ରମିତ ୨୪୫ ରହିଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସ ବର୍ଗର ୮୩ ଜଣ ରହିଛନ୍ତି । ରାଜ୍ୟର ବାଲେଶ୍ୱର ଜିଲ୍ଲାରେ ୧୯, ବରଗଡ ୨, ଭଦ୍ରକ ୩, ବଲାଙ୍ଗିର ୩, କଟକ ୪୬ ଓ ଦେବଗଡରୁ ୨ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୨, ଗଜପତି ୫, ଗଞ୍ଜାମ ୪, କନ୍ଧମାଳ ୨, କେନ୍ଦ୍ରାପଡା ୧୧, କେନ୍ଦୁଝରରୁ ୫ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୮୨, କୋରାପୁଟ ୧, ମୟୁରଭଞ୍ଜ ୨୨, ନବରଙ୍ଗପୁର ୧, ନୟାଗଡରୁ ୫ ଚିହ୍ନଟ ହୋଇଛନ୍ତି । ସେହିଭଳି ପୁରୀରେ ୨୧, ସମ୍ବଲପୁର ୨୧, ସୋନପୁର ୧, ସୁନ୍ଦରଗଡ ୭ ଓ ଷ୍ଟେଟପୁଲରୁ ୬୬ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଦିନକରେ ୪୨୯ ଜଣ ସୁସ୍ଥ ହୋଇଛନ୍ତି । ଏଥିସହିତ ରାଜ୍ୟରେ ସଂପ୍ରତି ୫୧୧୩ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ସେହିପରି ଆଜିର ୭ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..