ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୫୨୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଆକ୍ରାନ୍ତଂକର ମୃତ୍ୟୁ ହୋଇଛି | ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୦୬ ଓ ସ୍ଥାନୀୟ ସଂକ୍ରମିତ ୨୧୮ ଜଣ ରହିଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଶିଶୁ ଓ କିଶୋର ୭୫ ଜଣ ରହିଛନ୍ତି । ରାଜ୍ୟର ଅନୁଗୁଳ ଜିଲ୍ଲାରେ ୬, ବାଲେଶ୍ୱର ୨୦, ଭଦ୍ରକ ୩, ବଲାଙ୍ଗିର ୧, କଟକରେ ୭୫ ଜଣ ଚିହ୍ନଟ ହୋଇଛନ୍ତି । ଦେବଗଡରେ ୨, ଢେଙ୍କାନାଳ ୧, ଗଞ୍ଜାମ ୩, ଜଗତସିଂହପୁର ୧୫, ଯାଜପୁରେ ୧୪ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରେ ୧, କେନ୍ଦ୍ରାପଡା ୭, କେନ୍ଦୁଝର ୩, ଖୋର୍ଦ୍ଧା ୨୫୦, କୋରାପୁଟ ୩, ମାଲକାନଗିରି ୧ ଓ ମୟୁରଭଞ୍ଜରେ ୨୨ ଚିହ୍ନଟ ହୋଇଛନ୍ତି । ସେହିଭଳି ନୟାଗଡରେ ୩, ନୂଆପଡା ୧, ପୁରୀ ୧୩, ରାୟଗଡା ୨, ସମ୍ବଲପୁର ୮, ସୁନ୍ଦରଗଡ ୧୧ ଏବଂ ଷ୍ଟେଟପୁଲରୁ ୫୮ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୫୨୨ ଜଣ ସୁସ୍ଥ ହୋଇଛନ୍ତି । ଏଥିସହିତ ରାଜ୍ୟରେ ସଂପ୍ରତି ୫୧୧୧ ଜଣ ସକ୍ରିୟ କରୋନା ରୋଗୀ ରହିଥିବା ଜଣାଯାଇଛି । ଆଜିର ୪ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ, କନ୍ଧମାଳ, ନୟାଗଡ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……