ରିପୋର୍ଟ କାର୍ଡ / ଭୁବନେଶ୍ୱର
ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି। ଜୁଲାଇ ୨୧ରୁ ମହଙ୍ଗା ଭତ୍ତାରେ ୧୧ ପ୍ରତିଶତ ବୃଦ୍ଧି ହୋଇଛି। ବର୍ଦ୍ଧିତ ଭତ୍ତା ଅକ୍ଟୋବର ମାସ ଦରମାରେ ମିଳିବ। ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮%ରେ ପହଞ୍ଚିଛି। ଏହାଦ୍ୱାରା ୪ ଲକ୍ଷ କର୍ମଚାରୀ ଓ ସାଢ଼େ ୩ ଲକ୍ଷ ପେନ୍ସନ୍ ଭୋଗୀ ଉପକୃତ ହେବେ। ସୂଚନାଥାଉ କି, ଚଳିତ ବର୍ଷ ଜୁଲାଇରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ପାଇଥିଲା । DA-କୁ ୧୭%ରୁ ବଢ଼ାଇ ୨୮%କୁ କରିଥିଲେ କେନ୍ଦ୍ର ସରକାର । ଏନେଇ କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା।






More Stories
ସାଦା ପୋଷାକରେ ଜଗିବ ପୋଲିସ…..
ଶ୍ରୀମୟୀଙ୍କ ବିସ୍ଫୋରକ ମନ୍ତବ୍ୟ……
୨୪ରେ ରାଜ୍ୟ କ୍ୟାବିନେଟ……