ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍ତର ଆଣ୍ଡାମାନ ସାଗର ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ରପତ୍ତନଠାରୁ ୩.୧ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଶନିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଘୂର୍ଣ୍ଣିବଳୟଟି ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବ। ପରେ ୪ ରୁ ୫ ଦିନ ଯାଏ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ତେବେ ଦଶହରା ସମୟରେ ଅର୍ଥାତ ନବମୀ ଓ ଦଶମୀ ଦିନ(ଅକ୍ଟୋବର ୧୪ ଓ ୧୫)ରେ ବାତ୍ୟା ହୋଇପାରେ ବୋଲି ଆଶଙ୍କା କରାଯାଉଛି।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..