ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅନ୍ତର୍ଜାତୀୟ ବଜାରରେ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି। ଆଜି ପୁଣି ବଢିଛି ପେଟ୍ରୋଲ ଓ ଡିଜେଲ ଦର। ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଯଥାକ୍ରମେ ୩୦ ପଇସା ଏବଂ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି। ପେଟ୍ରୋଲ ଏବଂ ଡିଜେଲ ଅଧିକ ମୂଲ୍ୟରେ ବିକ୍ରି ହେଉଛି। ଉଦାହରଣ ସ୍ୱରୂପ, ଦିଲ୍ଲୀରେ ଏକ ଲିଟର ପେଟ୍ରୋଲର ମୂଲ୍ୟ ବର୍ତ୍ତମାନ ଲିଟର ପିଛା ୧୦୪.୪୪ ଟଙ୍କା ଥିବାବେଳେ ପୂର୍ବ ଲିଟର ପିଛା ପେଟ୍ରୋଲ ଥିଲା ୧୦୪.୧୪ ଟଙ୍କା। ମୁମ୍ବାଇରେ ତୈଳ ଦର ୧୧୦.୪୧ ଟଙ୍କାରେ ବିକ୍ରି ହେଉଛି। କୋଲକାତରେ ପେଟ୍ରୋଲ ଲିଟର ପିଛା ୧୦୫.୦୯ ଟଙ୍କା ଓ ଚେନ୍ନାଇରେ ଏହା ୧୦୧.୭୯ ଟଙ୍କା ରହିଛି। ଦୁଇ ସହରରେ ଡିଜେଲର ଲିଟର ପିଛା ଦାମ ଯଥାକ୍ରମେ ୯୬.୨୮ ଟଙ୍କା ଓ ୯୭.୫୯ ଟଙ୍କା ଛୁଇଁଛି। ବର୍ତ୍ତମାନ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦାମ ବଢ଼ୁଥିବାରୁ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ମହଙ୍ଗା ହେଉଥିବା କୁହାଯାଉଛି।






More Stories
୩୦୦ ଟଙ୍କାରେ ମିଳିବ ଗ୍ୟାସ୍ ସିଲିଣ୍ଡର…..
କମିଲା ଗ୍ୟାସ ଦର…..
ଏଣକି ରୁପା ଅଳଙ୍କାରରେ ମିଳିବ ଲୋନ୍…..