ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ସମସ୍ତ ଠିକା କର୍ମଚାରୀଙ୍କ ପାଇଁ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଛି । ଏଣିକି ଠିକା କର୍ମଚାରୀଙ୍କୁ ଇନିସିଆଲ ଆପଏଣ୍ଟି କୁହାଯିବ ବୋଲି ନିଷ୍ପତ୍ତି ହୋଇଥିବା କହିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ସମସ୍ତ ଠିକା କର୍ମଚାରୀଙ୍କୁ ପ୍ରଥମ ବର୍ଷରୁ ଅଧିକ ୫୦ ପ୍ରତିଶତ ଦରମା ପ୍ରଦାନ କରାଯିବ । ପୂର୍ବ ନିୟମ ଅନୁସାରେ ୬ ବର୍ଷ ପରେ ନିୟମିତ ହେବେ ଠିକା କର୍ମଚାରୀ । ତେବେ ଠିକା କର୍ମଚାରୀଙ୍କୁ ପ୍ରଥମ ବର୍ଷରୁ ୫୦ ପ୍ରତିଶତ ଅଧିକ ଦେବାକୁ ହେଲେ ବାର୍ଷିକ ୨୫୦ କୋଟି ଖର୍ଚ୍ଚ ହେବ । ନିୟମିତ କର୍ମଚାରୀଙ୍କ ଭଳି ମେଡିକାଲ ଖର୍ଚ୍ଚ ପାଇବେ ଠିକା କର୍ମଚାରୀ । ଏନେଇ ଆଜି ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ