ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁର୍ଗାପୂଜା ପାଇଁ ଉତ୍ସବମୁଖର ହୋଇପଡ଼ିଛି ସାରା କଟକ ସହର | ଶୃଙ୍ଖଳାର ସହିତ ସମସ୍ତ କାର୍ଯ୍ୟ ସମାପ୍ତ କରିବା ପାଇଁ ସମଗ୍ର ସହରରେ ୧୮ ପ୍ଲାଟୁନ ଫୋର୍ସ ମୁତୟନ ହେବେ |୪ ଏଏସପି, ୧୧ ଡିଏସପି, ୨୧୬ ଅଫିସର, ୪୭୨ କନେଷ୍ଟବଲ ରହିବେ କହିଛନ୍ତି କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ସେ ଏହା ମଧ୍ୟ କହିଛନ୍ତି ଯେ ଦୁଇ ଦିନ ଧରି ନିରାଡମ୍ବର ଭସାଣି କାର୍ଯ୍ୟ ଚାଲିବ । ଭସାଣି ବେଳେ ଗାଡିରେ ମେଢ ସହ ୭ ଜଣ ଯାଇପାରିବେ । ଦୁର୍ଗାପୂଜା ସମୟରେ ରାତି ୮ଟାରୁ ସକାଳ ୫ଟା ଯାଏ କର୍ଫ୍ୟୁ କଟକଣା ରହିବ ବୋଲି ସରକାରଙ୍କ ପକ୍ଷରୁ ପୂର୍ବରୁ ଘୋଷଣା କରାଯାଇଥିଲା। ଏହାକୁ କାର୍ଯ୍ୟକାରୀ କରାଯିବା ପୂର୍ବରୁ ଆଜି ପୁଲିସ କମିସନର୍ ସୌମେନ୍ଦ୍ର ପ୍ରିୟଦର୍ଶୀ ଏକ ସାମ୍ବାଦିକ ସମ୍ମିଳନୀ କରି ବିଶୃଙ୍ଖଳା ସୃଷ୍ଟିକାରୀଙ୍କୁ ଦୃଢ଼ହସ୍ତରେ ଦମନ କରାଯିବ ବୋଲି ଚେତାବନୀ ଦେଇଛନ୍ତି।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ…..