ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦିନକ ମଧ୍ୟରେ ୫୨୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୦୪ ଓ ସ୍ଥାନୀୟ ସଂକ୍ରମିତ ୨୧୭ ଜଣ ରହିଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୫ ଜଣ ଥିବା ଜଣାଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କୋଭିଡ ସଙ୍କ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୮୦୯କୁ ବୃଦ୍ଧି ପାଇଛି। ଆଜି ଚିହ୍ନଟଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୪୯, କଟକରୁ ୬୦, ବାଲେଶ୍ୱରରୁ ୧୭, ଜଗତସିଂହପୁରରୁ ୧୫, କେନ୍ଦ୍ରାପଡାରୁ ୧୪, ମୟୁରଭଞ୍ଜରୁ ୨୧, ପୁରୀରୁ ୧୩ ଓ ଷ୍ଟେଟପୁଲରୁ ୬୧ ଅଛନ୍ତି। ରାଜ୍ୟରେ କରୋନାରୁ ଏପର୍ଯ୍ୟନ୍ତ ୧୦ ଲକ୍ଷ ୨୦ ହଜାର ୧୬୮ ସୁସ୍ଥ ହୋଇଥିବା ବେଳେ ୫୩୧୪ ସକ୍ରିୟ ଚିକିତ୍ସାଧୀନ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର ଜିଲ୍ଲାରୁ ଜଣେ ରହିଛନ୍ତି






More Stories
ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କବାଦୀ…..
ଅବହେଳା କଲେ ନାମଲେଖା ବନ୍ଦ…..
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..