ରିପୋର୍ଟ କାର୍ଡ / କଳାହାଣ୍ଡି
କଳାହାଣ୍ଡି ସନସାଇନ୍ ସ୍କୁଲ ଶିକ୍ଷୟତ୍ରୀ ମମିତା ମେହେର ନିଖୋଜ ଘଟଣାର ମୋଷ୍ଟ ଓ୍ବାଣ୍ଟେଡ ଗୋବିନ୍ଦ ସାହୁ ଗିରଫ । ଫେରାର ଥିବା ଗୋବିନ୍ଦ ସାହୁଙ୍କୁ ସିନ୍ଦେକେଲା ଥାନା ବୁଢୀପଦର ଗାଁର ଏକ ଆଖୁ କିଆରୀରୁ ଗିରଫ କଲା ବଲାଙ୍ଗୀର ପୋଲିସ । ଟ୍ବିଟ୍ କରି ବଲାଂଗୀର ଏସପି ସୂଚନା ଦେଇଛନ୍ତି । ସନସାଇନ୍ ସ୍କୁଲ ଶିକ୍ଷୟତ୍ରୀ ମମିତା ମେହେର ନିଖୋଜର ୧୨ ଦିନ ପରେ ମିଳିଛି ଚାଞ୍ଚଲ୍ୟକର ତଥ୍ୟ । ପୋଲିସ ଉପସ୍ଥିତିରେ ମହାଲିଙ୍ଗ ସ୍ଥିତ ସରକାରୀ ସ୍କୁଲର ନିର୍ମାଣଧୀନ ଖେଳ ପଡିଆରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସାଇଣ୍ଟିଫିକ୍ ଟିମ୍ ଯାଞ୍ଚ କରିଥିଲା । ପ୍ରାୟ ୫ ଫୁଟ ମାଟି ତଳୁ ପୋଡା ହାଡ, ରୂପା ପାଉଁଜି, ଭ୍ୟାନିଟି ବ୍ୟାଗ ଜବତ କରିଛି ସାଇଣ୍ଟିଫିକ୍ ଟିମ୍ । ସେସବୁ ମମିତାଙ୍କର ବୋଲି ପରିବାରଲୋକ ଚିହ୍ନଟ କରିଛନ୍ତି । ଆବଶ୍ୟକ ପଡିଲେ ଜବତ ହାଡର ଡିଏନଏ ଟେଷ୍ଟ ମଧ୍ୟ କରାଯିବ ବୋଲି ସୂଚନା ମିଳିଛି ।





More Stories
ଆଜିଠୁ କଟକ ବାଲିଯାତ୍ରା,ଉଦ୍ଘାଟନ କରିବେ ରାଷ୍ଟ୍ରପତି…..
ବିଦ୍ୟାଭାରତୀ ଚାକିରିରୁ ନିଲମ୍ବିତ…..
ଚାଷ ଜମି ବୁଲିଲେ, ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ…..