ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନକୁ ବନ୍ଦ ରଖା ଯାଇଛି । ଆଜି ଅପରାହ୍ଣ ୪ଟାରୁ ରାତି ୮ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଶ୍ରୀଜିଉଙ୍କ ବନକଲାଗି ଏକ ଗୁପ୍ତ ସେବା । ପ୍ରାୟ ଚାରି ଘଣ୍ଟା ଧରି ଚାଲିବ ସ୍ୱତନ୍ତ୍ର ନୀତି । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବ । ତାପରେ ପୁଣି ଥରେ ଆରମ୍ଭ ହେବ ସର୍ବସାଧାରଣ ଦର୍ଶନ ।





More Stories
ଆଜିଠୁ କଟକ ବାଲିଯାତ୍ରା,ଉଦ୍ଘାଟନ କରିବେ ରାଷ୍ଟ୍ରପତି…..
ବିଦ୍ୟାଭାରତୀ ଚାକିରିରୁ ନିଲମ୍ବିତ…..
ଚାଷ ଜମି ବୁଲିଲେ, ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ…..