Report Card Odisha

| Daily Odia News

ଆଜିଠୁ ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ ପୁରୀବାସୀ…..

ରିପୋର୍ଟ କାର୍ଡ / ପୁରୀ

ଆଜିଠୁ ପଶ୍ଚିମଦ୍ୱାର ଦେଇ ପୁରୀର ବାସିନ୍ଦା ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ଏହା ସହ ଦୁଇଟି କିଓସ୍କ କରାଯାଇଛି। ସ୍ୱତନ୍ତ୍ର ଧାଡିରେ ପୁରୀ ବାସିନ୍ଦା ସାତ ପାହାଚ ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଏଥିନିମନ୍ତେ ସେମାନଙ୍କୁ ଦୁଇଟି ଡୋଜ କୋଭିଡ୍ ଟିକା କିମ୍ବା ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖାଇବାକୁ ପଡ଼ିବ। ଦର୍ଶନ ପରେ ଉତ୍ତର କିମ୍ବା ଦକ୍ଷିଣ ଦ୍ୱାର ଦେଇ ବାହାରକୁ ବାହାରିପାରିବେ। ଅକ୍ଟୋବର ୨୭ ତାରିଖରେ ଏନେଇ ଭରର୍ଚୁଆଲ୍‌ ବୈଠକ ବସିଥିଲା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କିଶନ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା, ଏସ୍‌ପି କେ. ଵିଶାଲ ସିଂ, ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ସମେତ ପରିଚାଳନା କମିଟିର ସଦସ୍ୟ ବୈଠକରେ ଉପସ୍ଥିତ ଥିଲେ। ବୈଠକରେ ପୁରୀ ବାସିନ୍ଦା ପଶ୍ଚିମଦ୍ୱାର ଦେଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସଂକ୍ରାନ୍ତରେ ଆଲୋଚନା ହୋଇଥିଲା। ଶେଷରେ ନଭେମ୍ବର ୧ ତାରିଖରୁ ପୁରୀ ବାସିନ୍ଦା ପଶ୍ଚିମଦ୍ୱାର ଦେଇ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ବୋଲି ନିଷ୍ପତ୍ତି ନିଆଯାଇଥିଲା।

 

Breaking News