ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶର ଟିକାକରଣ ନେଇ ଆଜି ମଧ୍ୟାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ପ୍ରଧାନମନ୍ତ୍ରୀ ୪୦ ଜିଲ୍ଲାର ଜିଲ୍ଲା ମାଜିଷ୍ଟ୍ରେଟଙ୍କ ସହ ଆଲୋଚନା କରିବେ । ଯେଉଁଠାରେ କରୋନା ଟିକାକରଣର ଗତି ମନ୍ଥର ହୋଇଛି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ ବୁଧବାର ଦିନ ଝାଡଖଣ୍ଡ, ମଣିପୁର, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶ, ମହାରାଷ୍ଟ୍ର, ମେଘାଳୟ ଏବଂ ଅନ୍ୟାନ୍ୟ ରାଜ୍ୟରେ ଟିକାକରଣ କମ୍ ଥିବା ଜିଲ୍ଲା ଜିଲ୍ଲା ମାଜିଷ୍ଟ୍ରେଟଙ୍କ ସହ ପ୍ରଧାନମନ୍ତ୍ରୀ ଯୋଗାଯୋଗ କରିବେ । ଏହି ରାଜ୍ୟଗୁଡିକର ମୁଖ୍ୟମନ୍ତ୍ରୀ ମଧ୍ୟ ବୈଠକରେ ଉପସ୍ଥିତ ରହିବେ ।
More Stories
ନେତାନ୍ୟାହୁ ଙ୍କ ବିରୋଧରେ ଗିରଫ ପରୱାନା ଜାରି…..
କେନିଆରେ ରଦ୍ଦ ହେଲା ଆଦାନୀ ପ୍ରକଳ୍ପ…..
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….