ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତାମିଲନାଡୁର ରାଜଧାନୀ ଚେନ୍ନଇରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଲଗାଣ ବର୍ଷା ଯୋଗୁଁ ସହରର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇରହିଛି। ଫଳରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଥିଲା। ୫ଟି ଲୋକାଲ ଟ୍ରେନ ବିଳମ୍ବିତ ହୋଇଥିଲା। ଶନିବାର ରାତିରୁ ରବିବାର ସକାଳ ପର୍ଯ୍ୟନ୍ତ ୧୪ସିଏମ୍ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଏହା ୨୦୧୫ ପରଠାରୁ ସର୍ବାଧିକ ବର୍ଷା। ଭାରତୀୟ ପାଣିପାଗ ବିଭାଗ ରାଜ୍ୟର ସମସ୍ତ ଉପକୂଳ ଜିଲାଗୁଡିକୁ ନଭେମ୍ବର ୧୦ ଓ ୧୧ ତାରିଖ ପାଇଁ ଲାଲ ସତର୍କତା ଜାରି କରିଛି। ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧୁ ଥିବାରୁ ବର୍ଷା ପାଇଁ ପାଗ ଅନୁକୂଳ ରହିଛି। ବର୍ଷା ଆଶଙ୍କାକୁ ନେଇ ଚେନ୍ନଇ ସମେତ ଉପକୂଳ ୪ଟି ଜିଲାରେ ସୋମ ଓ ମଙ୍ଗଳ ଦୁଇଦିନ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ଏମ୍କେ ଷ୍ଟାଲିନ ଆଜି ବନ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିବା ସହିତ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ତ୍ବରାନ୍ବିତ କରିବାକୁ ନିର୍ଦେଶ ଦେଇଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳରୁ ୮୧ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି। ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ୍ ବାହିନୀକୁ ମୁତୟନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚେନ୍ନଇ ବନ୍ୟା ପରିସ୍ଥିତି ବାବଦରେ ମୁଖ୍ୟମନ୍ତ୍ରୀ ଷ୍ଟାଲିନଙ୍କ ସହିତ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ସମସ୍ତଙ୍କ ସୁରକ୍ଷା ଓ ମଙ୍ଗଳ କାମନା କରିବା ସହିତ ଆବଶ୍ୟକ କେନ୍ଦ୍ରୀୟ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।






More Stories
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..
ତୁରନ୍ତ ରୋକନ୍ତୁ ଏସଆଇଆର୍…..
ଶପଥ ସମାରୋହରେ ଗାମୁଛା ଉଡ଼ାଇଲେ ମୋଦି…..