ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଦିନକ ମଧ୍ୟରେ କରୋନାରୁ ୩୪୭ ଜଣ ସୁସ୍ଥ ହୋଇଛନ୍ତି । ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ସଂଗରୋଧରୁ ୧୫୯ ଓ ସ୍ଥାନୀୟ ସଂକ୍ରମିତ ୧୧୭ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୫ ଜଣ ଥିବା ଜଣାଯାଇଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୭୪୫ରେ ପହଞ୍ଚିଛି । ସଂପ୍ରତି ୩୧୩୪ ଜଣ ସକ୍ରିୟ ଆକ୍ରାନ୍ତ ରହିଥିବା ଜଣାଯାଇଛି । ବାଲେଶ୍ୱର ଜିଲ୍ଲାରେ ୧୫, ଭଦ୍ରକ ୩, ବଲାଙ୍ଗିର ୪, କଟକ ୧୭, ଢେଙ୍କାନାଳ ୧୦, ଗଜପତି ୮, ଜଗତସିଂହପୁର ୫, କଳାହାଣ୍ଡିରେ ୨ ଜଣ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡାରେ ୬, ଖୋର୍ଦ୍ଧା ୧୩୮, ମୟୁରଭଞ୍ଜ ୨, ନୟାଗଡ ୨, ନୂଆପଡା ୪, ପୁରୀ ୬ ଓ ସମ୍ବଲପୁରରେ ୭ ଜଣଙ୍କୁ ଚିହ୍ନଟ କରାଯାଇଛି । ଏଥିସହିତ ସୋନପୁର ୧, ସୁନ୍ଦରଗଡ ୫ ଓ ଷ୍ଟେଟପୁଲରୁ ୩୧ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ରାଜ୍ୟରେ ୪ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨, ଗଞ୍ଜାମ ଓ ପୁରୀ ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୬୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..