Report Card Odisha

| Daily Odia News

ରାଜ୍ୟରେ ଆଜି ୨୭୧ କରୋନା ଆକ୍ରାନ୍ତ ଚିହ୍ନଟ,୨ ମୃତ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆଜି ଦିନକରେ ୨୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ ଆକ୍ରାନ୍ତଂକର ମୃତ୍ୟୁ ହୋଇଛି | ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୫୮ ଓ ସ୍ଥାନୀୟ ସଂକ୍ରମିତ ୧୧୩ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୬୦ ଜଣ ଥିବା ଜଣାଯାଇଛି । ଆଜିର ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୬୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ଆକ୍ରାନ୍ତନକ ମଧ୍ୟରେ ରହିଛନ୍ତି ବାଲେଶ୍ୱରରେ ୧୪, ଭଦ୍ରକ ୨, ବଲାଙ୍ଗିର ୧, କଟକ ୨୩, ଦେବଗଡ ୮, ଢେଙ୍କାନାଳ ୫ ଓ ଜଗତସିଂହପୁରରେ ୭ ଜଣ ଚିହ୍ନଟ ହୋଇଛନ୍ତି । ଯାଜପୁର ୧୦, ଝାରସୁଗୁଡା ୨, କଳାହାଣ୍ଡି ୨, କେନ୍ଦ୍ରାପଡା ୨, କେନ୍ଦୁଝର ୫, ଖୋର୍ଦ୍ଧା ୧୧୨ ଓ ମାଲକାନଗିରିରେ ୫ ଜଣଙ୍କୁ ଚିହ୍ନଟ କରାଯାଇଛି । ମୟୁରଭଞ୍ଜରେ ୫, ନୟାଗଡ ୧, ପୁରୀ ୭, ରାୟଗଡା ୪, ସମ୍ବଲପୁର ୨୦, ସୋନପୁର ୧, ସୁନ୍ଦରଗଡ ୧୦ ଓ ଷ୍ଟେଟପୁଲରୁ ୨୫ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୧୦୩୩୩୪୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ସଂପ୍ରତି ରାଜ୍ୟରେ ୨୯୩୨ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଓ ଖୋର୍ଦ୍ଧା ଜିଲ୍ଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Breaking News