ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ମମିତାଙ୍କୁ ନ୍ୟାୟ ଦାବିରେ ଶୁକ୍ରବାର କଂଗ୍ରେସ ସକାଳ ୬ରୁ ଦିନ ୧୨ଟା ଯାଏ ଓଡ଼ିଶା ବନ୍ଦ ଡାକରା ଦେଇଛି । ବନ୍ଦ ଡାକରା ସମୟରେ ମେଡିକାଲ ସମେତ ଜରୁରୀ ସେବା ବନ୍ଦରୁ ବାଦ୍ ପଡ଼ିବ। ରେଳ, ବସ୍, ଟ୍ରକ୍ ଚଳାଚଳ, ଦୋକାନ, ବଜାର ବନ୍ଦ ରହିବ। ପିଲାଙ୍କର ପରୀକ୍ଷା ଥିଲେ ସେମାଙ୍କୁ ବାଧା ଦିଆଯିବ ନାହିଁ | ଶାନ୍ତି ପୂର୍ଣ୍ଣଭାବରେ କଂଗ୍ରେସ ଆସନ୍ତାକାଲି ଓଡିଶା ବନ୍ଦ ପାଳନ କରିବ | ଏନେଇ ପ୍ରେସ୍ମିଟ୍ରେ କଂଗ୍ରେସ ମୁଖପାତ୍ର ଦେବାଶିଷ ପଟ୍ଟନାୟକ ସୂଚନା ଦେଇଛନ୍ତି। ଦେବାଶିଷ ପଟ୍ଟନାୟକ କହିଛନ୍ତି, ଓଡ଼ିଶାରେ ନାରୀ ନିର୍ଯାତନା, ଦୁଷ୍କର୍ମ ଓ ହତ୍ୟା ବଢୁଛି। ରାଜ୍ୟ ସରକାର ଅନ୍ଧ ଧୃତରାଷ୍ଟ୍ର ଭଳି ସବୁ ଜାଣି ଚୁପ୍ ରହୁଛନ୍ତି।






More Stories
ଓଡ଼ିଶାରେ SIR ସ୍ଥଗିତ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କଲା କଂଗ୍ରେସ…..