Report Card Odisha

| Daily Odia News

୧ରୁ ବିଧାନସଭା ଶୀତକାଳୀନ ଅଧବେଶନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଡିସେମ୍ବର ୧ରୁ ଆରମ୍ଭ ହେଉଛି ବିଧାନସଭାର ଶୀତକାଳୀନ ଅଧବେଶନ। ୩୧ ଡିସେମ୍ବର ପର୍ଯ୍ୟନ୍ତ ଶୀତକାଳୀନ ଅଧବେଶନ ଚାଲିବ। ଅଧିବେଶନରେ ୨୬ଟି କାର୍ଯ୍ୟଦିବସ ରହିଥିବା ବେଳେ ୫ଟି ଛୁଟି ଦିବସ ରହିବ। ଶୀତ ଅଧିବେଶନର ପ୍ରଥମ ଦିନରେ ହିଁ ବିଧାନସଭାରେ ୨୦୨୧-୨୨ ଅତିରିକ୍ତ ବଜେଟ୍ ଆଗତ ହେବ। ଏହାପରେ ଡିସେମ୍ବର ୭, ୮ ଏବଂ ୯ ତାରିଖ ତିନି ଦିନ ଧରି ବଜେଟ୍ ଉପରେ ଆଲୋଚନା ହେବ। ଡିସେମ୍ବର ୧୦ ତାରିଖରେ ଆଗତ ହେବ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍। ବିଜ୍ଞପ୍ତି ଅନୁସାରେ ମୋଟ ୨୬ ଦିନ ଅଧିବେଶନ ବସିବ। ଏଥିରେ ଡିସେମ୍ବର ୧୦ ତାରିଖରେ ଅତିରିକ୍ତ ବଜେଟକୁ ଗୃହୀତ ପାଇଁ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ଆସିବ। ଡିସେମ୍ବର ୧୧ରୁ ଡିସେମ୍ବର ୩୧ ଯାଏ ଗୃହର ଅଧିବେଶନରେ କି କାର୍ଯ୍ୟକ୍ରମ ହେବ, ତାହା ସ୍ଥିରକୃତ ହୋଇନାହିଁ। କେବଳ ଅଫିସିଆଲ ବିଜନେସ୍ ଓ ପ୍ରାଇଭେଟ୍ ମେମ୍ବର୍ସ ବିଜନେସ୍ ଭାବେ ଉଲ୍ଲେଖ ରହିଛି। ଡିସେମ୍ବର ୨୫ ଓ ୨୬ ଦୁଇ ଦିନ ଛୁଟି ରହିବ। ଏହି ଅଧିବେଶନରେ ମୁଖ୍ୟତଃ ମମିତା ମେହେର ହତ୍ୟା ଓ ସେକ୍ସ ସ୍କାଣ୍ଡାଲ, ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ, ଅଦିନିଆ ବର୍ଷାରେ ଧାନ ଫସଲ ନଷ୍ଟହେବା ଓ ମଣ୍ଡି ସମସ୍ୟା ଆଦି ପ୍ରସଙ୍ଗ ଗୃହକୁ ସରଗରମ କରାଇବ। ପଞ୍ଚାୟତ ନିର୍ବାଚନ ପୂର୍ବରୁ ଶେଷଥର ପାଇଁ ଅଧିବେଶନ ବସୁଥିବାରୁ ଉଭୟ ଶାସକ ଓ ବିରୋଧୀ ନିଜ ନିଜର ରଣନୀତି ମାଧ୍ୟମରେ ଲୋକଙ୍କ ନିକଟତର ହେବାକୁ ପ୍ରୟାସ କରିବେ।

 

Breaking News