ରିପୋର୍ଟ କାର୍ଡ / ଭୁବନେଶ୍ୱର
ହୀରାକୁଦ ବିସ୍ଥାପିତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ଘରଡିହ ଜମି ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଝାରସୁଗୁଡାବାସୀଙ୍କୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଭର୍ଚୁଆଲ୍ ଯୋଗେ ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ହୀରାକୁଦ ବିସ୍ଥାପିତଙ୍କ ପାଇଁ ଏହି ବଡ଼ ଘୋଷଣା କରିଛନ୍ତି। ୨ ହଜାର ବିସ୍ଥାପିତ ପରିବାରକୁ ଘରଡିହ ଜମି ଯୋଗାଇ ଦିଆଯିବ। ହୀରାକୁଦ ଡ୍ୟାମ୍ ନିର୍ମାଣ ବେଳେ ସମ୍ବଲପୁର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଜିଲ୍ଲାର ହଜାର ହଜାର ପରିବାର ବିସ୍ଥାପିତ ହୋଇଥିଲେ । ଦୀର୍ଘ ୭୦ ବର୍ଷ ପରେ ହୀରାକୁଦ ବିସ୍ଥାପିତଙ୍କ ଦୁଃଖ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ । ଝାରସୁଗୁଡା ଜିଲ୍ଲାର ପ୍ରାୟ ୨ ହଜାର ବିସ୍ଥାପିତ ପରିବାରକୁ ଘର ଡିହ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।ସୂଚନାଯୋଗ୍ୟ ଯେ, ଝାରସୁଗୁଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭର୍ଚୁଆଲ ମୋଡ଼ରେ ଝାରସୁଗୁଡା ଇଂଜିନିୟରିଂ ସ୍କୁଲ ଅଡିଟୋରିୟମରେ ଆୟୋଜିତ ଉତ୍ସବକୁ ସମ୍ବୋଧିତ କରିବା ସହ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏହାସହ ୧୪୪ କୋଟି ଟଙ୍କା ବ୍ୟୟରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ୧୬୮କୋଟି ଟଙ୍କାରେ ହେବାକୁ ଥିବା ନୂତନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।ଝାରସୁଗୁଡାରେ ଆୟୋଜିତ ସମାରୋହରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ବ୍ରଜରାଜ ନଗର ବିଧାୟକ କିଶୋର ମହାନ୍ତି ଉପସ୍ଥିତ ରହି ୧୦ ଜଣ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ପ୍ରଦାନ କରିଛନ୍ତି । ଝାରସୁଗୁଡା ଜିଲ୍ଲାରେ ୧ ଲକ୍ଷ ୧୫ ହଜାର ୭୩୦ ଜଣଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ ପାଇଁ ବିଭିନ୍ନ ପଞ୍ଚାୟତ ଓ ପୌରାଞ୍ଚଳରେ ପର୍ଯ୍ୟାୟ କ୍ରମେ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ ।






More Stories
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..
୧୩ରେ ରାଜ୍ୟ କ୍ୟାବିନେଟ୍…..