Report Card Odisha

| Daily Odia News

ଉମେଶଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀଙ୍କ ଶୋକ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ଉମେଶ ଚନ୍ଦ୍ର ସ୍ବାଇଁଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, “ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ବାଇଁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ତାଙ୍କ ନିଃସ୍ବାର୍ଥପର ସେବା ଓ ଜନ କଲ୍ୟାଣକାରୀ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।”

 

Breaking News