ରିପୋର୍ଟ କାର୍ଡ / କଟକ
ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ତଦନ୍ତକୁ ନେଇ ସରକାରଙ୍କୁ ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ । ଦୁଇ ଦିନ ପୂର୍ବରୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମମିତାଙ୍କ ପରିବାର ସଦସ୍ୟ। ଆଉ ଏ ପ୍ରସଙ୍ଗରେ ତଦନ୍ତ କେତେ ଦୂର ଆଗେଇଛି ସେ ନେଇ ରିପୋର୍ଟ ମାଗିଲେ ହାଇକୋର୍ଟ । ଡିସେମ୍ବର ୩ ରେ ମାମଲାର ପରବର୍ତ୍ତୀ ଶୁଣାଣି ଧାର୍ଯ୍ୟ କରାଯାଇଛି। ଏ ମାମଲାରେ ତ୍ୱରିତ ଶୁଣାଣି ଓ ଫାଷ୍ଟଟ୍ରାକ୍ ବିଚାର ପାଇଁ ଅପିଲ କରିଥିଲେ ପରିବାର। ଦୁଇ ଦିନ ପୂର୍ବରୁ ମମିତା ହତ୍ୟା ମାମଲା ହାଇକୋର୍ଟରେ ପହଞ୍ଚିଥିଲା । ନିର୍ଦ୍ଦିଷ୍ଟ ସମୟ ଭିତରେ ତଦନ୍ତ ଶେଷ କରିବାକୁ ଆବେଦନ କରିଥିଲେ ପରିବାର ସଦସ୍ୟ । ଗୃହ ସଚିବ, ଡିଜିପି, ବଲାଙ୍ଗିର ଜିଲ୍ଲାପାଳ ଓ ଏସ୍ପିଙ୍କୁ ପକ୍ଷଭୁକ୍ତ ପାଇଁ ଆବେଦନ କରାଯାଇଥିଲା। ଏହାସହ ସିନ୍ଧେକେଲା IICଙ୍କୁ ମଧ୍ୟ ପକ୍ଷଭୁକ୍ତ କରିବାକୁ ଆବେଦନ କରିଥିଲେ ମମିତାଙ୍କ ପରିବାର ଲୋକ। ସେପଟେ ମମିତା ମାମଲାରେ ମନ୍ତ୍ରୀମାନଙ୍କୁ ବିରୋଧ ଜାରି ରହିଛି । ଆଜି ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ କାରକେଡଙ୍କୁ ଅଣ୍ଡାମାଡ଼ କରାଯାଇଛି । କେନ୍ଦୁଝର ଟାଉନ ଥାନା କାଶୀପୁର ନିକଟରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଅଣ୍ଡାମାଡ଼ ହୋଇଥିବା ସୂଚନା ମିଳିଛି । ଶିକ୍ଷୟିତ୍ରୀ ମମିତା ହତ୍ୟାକାଣ୍ଡ ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଅଣ୍ଡାମାଡ଼ ହୋଇଛି । ଏହି ଘଟଣାରେ ବିଜେପି ଯୁବମୋର୍ଚ୍ଚା ଜିଲ୍ଲା ସଭାପତିଙ୍କୁ ଥାନାରେ ଅଟକ ରଖିଛି ପୋଲିସ ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..