ରିପୋର କାର୍ଡ଼ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୨ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଆକ୍ରାନ୍ତଂକର ମୃତ୍ୟୁ ହୋଇଛି | ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୪୧ ଓ ସ୍ଥାନୀୟ ସଂକ୍ରମିତ ୧୦୧ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୫ ଜଣ ରହିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୫୫୯ରେ ପହଞ୍ଚିଛି । ଅନୁଗୁଳରୁ ୧, ବାଲେଶ୍ୱର ୭, ବରଗଡ ୬, ଭଦ୍ରକ ୨, କଟକ ୧୮ ଓ ଜଗତସିଂହପୁରରେ ୩ ଜଣ ଚିହ୍ନଟ ହୋଇଛନ୍ତି । ଯାଜପୁର ୫, ଝାରସୁଗୁଡା ୧, କଳାହାଣ୍ଡି ୧, କେନ୍ଦ୍ରାପଡା ୪, ଖୋର୍ଦ୍ଧା ୧୨୦, କୋରାପୁଟ ୨, ମାଲକାନଗିରି ୨ ଓ ମୟୁରଭଞ୍ଜରେ ୨୪ ଜଣଙ୍କୁ ଚିହ୍ନଟ କରାଯାଇଛି । ନୟାଗଡ ୨, ନୂଆପଡା ୧, ପୁରୀ ୪, ସମ୍ବଲପୁର ୭, ସୁନ୍ଦରଗଡ ୪ ଓ ଷ୍ଟେଟପୁଲରୁ ୨୮ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୩୫୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସଂପ୍ରତି ୨୫୦୪ ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଆଜିର ୩ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୮୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ଦୁଇଜଣ ଓ ଗଞ୍ଜାମରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।






More Stories
ଶ୍ରୀମୟୀଙ୍କ ବିସ୍ଫୋରକ ମନ୍ତବ୍ୟ……
୨୪ରେ ରାଜ୍ୟ କ୍ୟାବିନେଟ……
ବିଧାୟକଙ୍କ ଦରମା ବୃଦ୍ଧି ନେଇ ହାଇକୋର୍ଟରେ ମାମଲା…..