Report Card Odisha

| Daily Odia News

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କନ୍ଧମାଳ ଜିଲ୍ଲା ଗସ୍ତ କରିବେ | ସେଠାରେ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟକାର୍ଡ଼ କାର୍ଯ୍ୟକ୍ରମର ଶୁଭାରଂଭକରି ହିତାଧିକାରୀଙ୍କୁ କାର୍ଡ଼ ପ୍ରଦାନ କରିବେ । ଏହାସହିତ ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ପଞ୍ଚାୟତିରାଜ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କନ୍ଧମାଳ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି । ଜିଲା ନେତୃମଣ୍ଡଳୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ପ୍ରସ୍ତୁତି ବୈଠକ କରିଛନ୍ତି । ସ୍ବାସ୍ଥ୍ୟ ସ୍ମାର୍ଟକାର୍ଡ଼ ମିଳିଲେ ଲୋକମାନେ ଘରୋଇ ଡାକ୍ତରଖାନାରେ ନିଜର ଚିକିତ୍ସା ମଧ୍ୟ କରାଇପାରିବେ। ପୁରୁଷମାନେ ୫ ଲକ୍ଷ ଓ ମହିଳାମାନେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପ୍ରତ୍ୟେକ ବର୍ଷ ଚିକିତ୍ସା ସୁବିଧା ପାଇ ପାରିବେ ବୋଲି ଶ୍ରୀ ଜେନା କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସରେ -ସୋମବାର ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳରେ ପହଞ୍ଚିବେ ଏବଂ ସ୍ବାସ୍ଥ୍ୟ କାର୍ଡ଼ ବଣ୍ଟନ କରିବେ।

Breaking News