ରିପୋର୍ଟ କାର୍ଡ / ମୟୁରଭଞ୍ଜ
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ସନ୍ତୋଷ ଦାସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାରିପଦା ଆଇଟିଡିଏର କନିଷ୍ଠ ଯନ୍ତ୍ରୀ ସନ୍ତୋଷ ଦାସଙ୍କ ଘରେ ଆଜି ଭିଜିଲାନ୍ସ ରେଡ୍ କରିଛି । ଭୁବନେଶ୍ବର ଭିଜିଲାନ୍ସ ଟିମ୍ ନେତୃତ୍ବରେ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ଉ କରାଯାଇ ଥିବା ନେଇ ସୂଚନା ମିଳିଛି । ବାରିପଦା ଆଇ.ଟି.ଡି.ଏ. କାର୍ଯ୍ୟାଳୟ , ଭଞ୍ଜପୁରସ୍ଥିତ ଘର, ବାଲିଆପାଳର ଭୋଗରାଇ ସ୍ଥିତ ପୈତୃକ ଘର ସହିତ ଭୁବନେଶ୍ବର ଓ ଉତ୍ତରା ଆଦି ସ୍ଥାନରେ ଥିବା ସମ୍ପତ୍ତି ଉପରେ ଚଢଉ କରିଛି ଭିଜିଲାନ୍ସ । ତେବେ ଦୀର୍ଘ ଆଠ ବର୍ଷ ଧରି ଯନ୍ତ୍ରୀ ଗୋଟିଏ କାର୍ଯ୍ୟାଳୟରେ ଚାକିରୀ କରୁଥିବା ବେଳେ ବହୁ ଦୁର୍ନୀତିରେ ସଂପୃକ୍ତ ଥିବା ନେଇ ପୂର୍ବରୁ ଖବର ମଧ୍ୟ ପ୍ରକାଶ ହୋଇଥିଲା। ଠିକାଦାରଙ୍କ ଜାଲ ଦସ୍ତଖତ ନେଇ ଅନେକ ସମୟରେ ଟଙ୍କା ଉଠାଇ ନେଇଥିବା ଅଭିଯୋଗ ଆସିଥିଲା। ଏହା ସହିତ ଜିଏସଟି ଠକେଇ ମାମଲାରେ ତଦନ୍ତ ଚାଲୁରହିଥିବାର ନଜିର ମଧ୍ୟ ରହିଛି। ଉତ୍ତରାଞ୍ଚଳ ଭିଜିଲାନ୍ସ ଆରକ୍ଷୀ ଅଧିକାରୀ ନିଜେ ଉପସ୍ଥିତ ରହି ତଦନ୍ତ କରୁଛନ୍ତି ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..