Report Card Odisha

| Daily Odia News

ମୃତ ଛାତ୍ରଙ୍କ ପରିବାରକୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ମାନଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହା ସହିତ ଦୁର୍ଘଟଣାରେ ଆହତ ଛାତ୍ର ମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Breaking News