Report Card Odisha

| Daily Odia News

ବାତ୍ୟା ‘ଜଓ୍ୱାଦ’, ୪ ରେ କରିବ ଲ୍ୟାଣ୍ଡଫଲ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ୧୨ ଘଣ୍ଟାରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତ କିରି ବାତ୍ୟା ‘ଜୱାଦ୍‌’ ଅବପାତ ରେ ପରିଣତ ହେବାର ଅନୁମାନ କରାଯାଉଛି। ୪ ତାରିଖରେ ଏହା ସ୍ଥଳଭାଗ ଛୁଇଁବା ସହ ଏହାର ପ୍ରଭାବ ଓଡ଼ିଶାରେ ପ୍ରବଳ ବର୍ଷା କରାଇବ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି । ଏହାର ପ୍ରଭାବରେ ଡିସେମ୍ବର ୨ ଓ ୩ ତାରିଖରେ ଲଗାଣ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୨ତାରିଖ ବେଳକୁ ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୩ ତାରିଖରୁ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଢେଙ୍କାନାଳର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବାବେଳେ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି)ଙ୍କ ପକ୍ଷରୁ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟରେ ତିନି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି। ତେବେ ଏହି ଲଘୁଚାପ କ୍ଷେତ୍ର ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରାଯାଉଛି। ହେଲେ ବର୍ତ୍ତମାନ ସୁଦ୍ଧା ଏନେଇ ସ୍ପଷ୍ଟ ହୋଇନାହିଁ।

Breaking News