ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଧାନସଭା ଶୀତ ଅଧିବେଶନର ୨ୟ ଦିନରେ ଗୃହରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ସହ ନାରାବାଜୀ ଦେଖିବାକୁ ମିଳିଛି। ଫଳରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ଘୋଷଣା କରିଛନ୍ତି। ମମିତା ମେହେର ପ୍ରସଙ୍ଗରେ କଂଗ୍ରେସ ଓ ବିଜେପି ହାତରେ ପ୍ଲା-କାର୍ଡ ଧରି ଗୃହ ମଧ୍ୟରେ ଆସିବା ସହ ଗୃହର ମଧ୍ୟ ଭାଗରେ ବିରୋଧୀ ଜୋରଦାର ହଙ୍ଗାମା କରିଥିଲେ। ଏହାସହ ଗ୍ୟାସ ଦର ବୃଦ୍ଧି ଓ ଦରଦାମ ବୃଦ୍ଧି ପ୍ରତିବାଦରେ ବିଧାନସଭା ବାହାରେ ବିଜେଡି ପ୍ରତିବାଦ କରିଛନ୍ତି। ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ବିଜେଡି ବିଧାୟକ ଧାରଣା ଦେଇଛନ୍ତି। ଦର ଦାମ ବୃଦ୍ଧି ପାଇଁ କେନ୍ଦ୍ରକୁ ଦାୟୀ କରି ଧାରଣାରେ ବସିବା ସହ ଦରଦାମ ନକମିଲେ ଆନ୍ଦୋଳନ ଜାରି ରଖିବାକୁ ଦଳ ଚେତାବନୀ ଦେଇଛନ୍ତି।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ