Report Card Odisha

| Daily Odia News

ବାତ୍ୟା ପାଇଁ ବାତିଲ ହେଲା ୯୫ ଟ୍ରେନ୍‌……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ । ଆସନ୍ତା କାଲି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ବାତ୍ୟାର ରୂପ ନେଇ ଉପକୂଳ ଆଡ଼କୁ ମାଡ଼ି ଆସିବ ବାତ୍ୟା ‘ଜୱାଦ’ । ଆସନ୍ତା ୪ ତାରିଖରେ ଓଡ଼ିଶା ଉପରେ ଏହାର ପ୍ରଭାବ ଅଧିକ ପଡ଼ିପାରେ । ବାତ୍ୟା ‘ଜୱାଦ’ କେଉଁ ଜାଗାରେ ଉପକୂଳ ଅତିକ୍ରମ କରିବ ତାହା ସ୍ପଷ୍ଟ ହେବ ବୋଲି କହିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ବାତ୍ୟାକୁ ଦୃଷ୍ଟିରେ ରଖି ଆଗୁଆ ସତର୍କ ପଦକ୍ଷେପ ନିଆଯାଉଛି। ଏପରିକି ୯୫ ମେଲ୍ ଓ ଏକ୍ସପ୍ରେସ୍ ଟ୍ରେନ୍‌କୁ ବାତିଲ କରାଯାଇଛି । ଡିସେମ୍ବର ୩ ଓ ୪ ତାରିଖ ପାଇଁ ୯୫ଟି ମେଲ୍ ଓ ଏକ୍ସପ୍ରେସ୍ ଟ୍ରେନ୍‌କୁ ବାତିଲ୍ କରିଛି ପୂର୍ବତଟ ରେଲୱେ। ବାତ୍ୟା ନେଇ ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ପୂର୍ବତଟ ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି । ପୁରୀ-ଗୁଣପୁର, ଭୁବନେଶ୍ୱର-ରାମେଶ୍ୱରମ୍, ହାୱଡା-ମହିଶୂର, ଭୁବନେଶ୍ୱର-ସିକନ୍ଦରାବାଦ୍, ବିଶାଖାପାଟନା-ରାୟଗଡ଼ା ଟ୍ରେନ୍ ଗୁଡ଼ିକୁ ବାତିଲ କରି ଦିଆଯାଇଛି । ସମ୍ଭାବ୍ୟ ବାତ୍ୟା ସମୟରେ ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏପରି ପଦକ୍ଷେପ ନିଆଯାଇଥିବା ଇଷ୍ଟ କୋଷ୍ଟ ରେଲୱେ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।

 

Breaking News