ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତାମିଲନାଡୁର କୁନ୍ନୁରରେ ବୁଧବାର ଦିନ ଦୁର୍ଘଟଣାଗ୍ରସ୍ତ ହୋଇ ଜଳି ଯାଇଥିବା ଭାରତୀୟ ବାୟୁସେନାର ଏମଆଇ-୧୭ଭି୫ ହେଲିକପ୍ଟର ବ୍ଲାକ ବକ୍ସକୁ ଉଦ୍ଧାର କରାଯାଇଛି । ଏହି ଦୁର୍ଘଟଣାରେ ସିଡିଏସ ବିପିନ ରାୱତ, ତାଙ୍କ ପତ୍ନୀଙ୍କ ସମେତ ମୋଟ ୧୪ ଜଣଙ୍କର ପ୍ରାଣହାନି ଘଟିଥିବାବେଳେ ଜଣେ ମାତ୍ର ଜୀବିତ ଅଛନ୍ତି । ଜୀବିତ ଥିବା ଗ୍ରୁପ କ୍ୟାପଟେନ ବରୁଣ ସିଂହଙ୍କୁ ଅଧିକ ଚିକିତ୍ସା ନିମନ୍ତେ ବେଙ୍ଗାଲୁରୁକୁ ସ୍ଥାନାନ୍ତରିତ କରାଯାଇଛି । ଏକ ୬ ଜଣିଆ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି । ତେବେ ଗ୍ରୁପ କ୍ୟାପଟେନ ବରୁଣଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି ଏବଂ ଆଗାମୀ ୪୮ ଘଣ୍ଟା ତାଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । ଉଦ୍ଧାର କରାଯାଇଥିବା ବ୍ଲାକ ବକ୍ସରୁ ହେଲିକପ୍ଟରର ଚୂଡାନ୍ତ ଉଡାଣ ଅବସ୍ଥିତି ଏବଂ ପାଇଲଟଙ୍କ ସହିତ ହୋଇଥିବା ବାର୍ତ୍ତାଳାପରୁ ଦୁର୍ଘଟଣାର କାରଣ ସମ୍ପର୍କରେ ଜଣାପଡିବା ସମ୍ଭାବନା ରହିଛି । ବାୟୁସେନା ପକ୍ଷରୁ ଇତିମଧ୍ୟରେ ଏହି ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତାଦେଶ ଦିଆଯାଇସାରିଛି ।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..