ରିପୋର୍ଟ କାର୍ଡ / କଟକ
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକରେ ବିଏସକେଓ୍ବାଇ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନକରିଛନ୍ତି । ଏହାସହ କଟକବାସୀଙ୍କୁ ୧୫୬୭ କୋଟିର ଶତାଧିକ ପ୍ରକଳ୍ପ ଭେଟି ଦେବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ | ଏହି ଅବସରେର ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁ କ୍ଷେତ୍ରରେ କଟକ ଜିଲ୍ଲାର ସ୍ବତନ୍ତ୍ରତା ରହିଛି । ଲୋକଙ୍କ ଦୁଃଖ ଦୂର କରିବ ସ୍ମାର୍ଟ ହେଲ୍ଥ କାର୍ଡ । ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଟଙ୍କା ପାଇଁ କେହି ଚିକିତ୍ସାରୁ ବଞ୍ଚିତ ନହୁଅନ୍ତୁ । କାର୍ଡରେ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଏବଂ ପୁରୁଷଙ୍କ ପାଇଁ ୫ ଲକ୍ଷ ଟଙ୍କାର ବ୍ୟବସ୍ଥା ରହିଛି । ୯୬ ଲକ୍ଷ ପରିବାରର ୩.୫ କୋଟି ଲୋକ ସ୍ମାର୍ଟ କାର୍ଡର ସୁବିଧା ପାଇପାରିବେ ।





More Stories
ପୁରୀ ବେଳାଭୂମି ହେବ ଭବ୍ୟ ଆଧ୍ୟାତ୍ମିକ ବେଳାଭୂମି…..
ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ…..
ଚାଷୀଙ୍କୁ ମିଳିବ ସ୍ୱତନ୍ତ୍ର ପ୍ୟାକେଜ…..