ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ଆଜି ୧୭୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣେ ଆକ୍ରାନ୍ତଂର ମୃତ୍ୟୁ ହୋଇଛି | ସେମାନଙ୍କ ମଧ୍ୟରେ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୩୦,ସଙ୍ଗରୋଧରୁ ୧୦୧ ଓ ସ୍ଥାନୀୟ ୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଅକ୍ରାାନ୍ତଙ୍କ ସଂଖ୍ୟା ୧୦,୫୧,୯୨୭ରେ ପହଞ୍ଚିଛି। ୧୦,୪୧,୫୩୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୯୦୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୧୭ ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୧, ଭଦ୍ରକ ୧, କଟକ ୧୨, ଦେଓଗଡ ୧, ଢେଙ୍କାନାଳ ୧, ଗଜପତି ୩, ଜଗତସିଂହପୁର ୧, ଯାଜପୁର ୫, କେନ୍ଦ୍ରାପଡା ୭, ଖୋର୍ଦ୍ଧା ୮୨, ମୟୁରଭଞ୍ଜ ୧୨, ନୟାଗଡ ୪, ପୁରୀ ୬, ରାୟଗଡା ୧, ସମ୍ବଲପୁର ୪, ସୋନପୁର ୪, ସୁନ୍ଦରଗଡ ୧୧ ଓ ଷ୍ଟେଟ ପୁଲରୁ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ରାଜ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଭୁବନେଶ୍ୱରର ଜଣେ ମହିଳା। ଏହାସହ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮, ୪୩୭ରେ ପହଞ୍ଚିଛି।






More Stories
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..
ଆସନ୍ତାକାଲି ସ୍କୁଲ୍ ଛୁଟି…..
ଜମ୍ମୁ କାଶ୍ମୀରରେ ଭୂକମ୍ପ…..