Report Card Odisha

| Daily Odia News

ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ…..

ରିପୋର୍ଟ କାର୍ଡ / ପୁରୀ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଂଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ସ୍ୱତନ୍ତ୍ର ନୀତି ପ୍ରାୟ ଚାରି ଘଣ୍ଟା ଧରି ଚାଲିବ । ଏଥିପାଇଁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ ପାଇଁ ଭକ୍ତମାନଙ୍କୁ ଶ୍ରୀମନ୍ଦିର ଭିତରକୁ ଛଡାଯିବ ବୋଲି ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି ।
ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବା ପରେ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ । ପ୍ରଥା ଓ ପରମ୍ପରା ଅନୁଯାୟୀ ପ୍ରତ୍ୟେକ ବୁଧବାର କିମ୍ବା ଗୁରୁବାର ଶ୍ରୀମନ୍ଦିରରେ ବନକ ଲାଗି ନୀତି ପାଳନ ହେବାର ବିଧି ରହିଛି ।

 

Breaking News