ରିପୋର୍ଟ କାର୍ଡ / ହାଇଦ୍ରାବାଦ
ନାଳକୁ ବସ ଖସି ୯ ଜଣଙ୍କର ମୃତ୍ୟୁ ହୋଇଯାଇଛି | ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ଆନ୍ଧ୍ରପ୍ରଦେଶର ଜଙ୍ଗରେଡ଼ିଗୁଡ଼ମରେ | ସୂଚନା ମୁତାବକ ଆନ୍ଧ୍ରପ୍ରଦେଶ ରାଜ୍ୟ ସଡକ ପରିବହନ ନିଗମର ଏହି ବସଟି ଜଙ୍ଗରେଡ଼ିଗୁଡ଼ମରୁ ଆଶୱାରାପେଟ୍କୁ ଯାଉଥିଲା । ଆଉ ବସର ଡ୍ରାଇଭର ଭାରସାମ୍ୟ ହରାଇବାରୁ ବସଟି ନାଳକୁ ଖସିପଡିଥିଲା | ଦୁର୍ଘଟଣା ସମୟରେ ବସରେ ୪୭ ଜଣ ଯାତ୍ରୀ ଥିବାବେଳେ ଘଟଣାସ୍ଥଳରେ ହିଁ ୯ ଜଣଙ୍କର ମୃତ୍ୟୁ ହୋଇଯାଇଛି | ଏହି ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇଥିବା ଜଣାଯାଇଛି। ଆହତଙ୍କ ମଧ୍ୟରେ ୫ ଜଣ ମହିଳା ମଧ୍ୟ ଥିବା କୁହାଯାଉଛି। ବର୍ତ୍ତମାନ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି | ଡଙ୍ଗା ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ଜାରିରହିଥିବା ଦେଖିବାକୁ ମିଳିଛି ତେବେ ବସ ଭିତରେ ବହୁତ ଲୋକ ଫସିରହିଥିବାରୁ ମୃତ୍ୟୁ ସଂଖ୍ୟା ବଢିପାରେ | ଅନ୍ୟପଟେ ଏହି ଦୁର୍ଘଟଣାକୁ ନେଇ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଶୋକ ପ୍ରକାଶ କରିବା ସହ ଆହତଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇଦେବାକୁ ଜିଲ୍ଲା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି |
More Stories
ଶିଶୁ ଜଳିଯିବା ଘଟଣା; କ୍ଷତିପୂରଣ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ….
ପାରାଦୀପ ପ୍ରଗତିର ମୁଖଶାଳା:ମୁଖ୍ୟମନ୍ତ୍ରୀ…..
୨୧ରୁ ଖରିଫ ଧାନ କିଣା ଆରମ୍ଭ…..