ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବାହାଘର ପାଇଁ ଝିଅମାନଙ୍କ ସର୍ବନିମ୍ନ ବୟସ ସୀମା ବୃଦ୍ଧି କରିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ଅନୁମତି ଦେଇଛି। ଏହାର ଅର୍ଥ ଝିଅମାନଙ୍କ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୨୧ ବର୍ଷକୁ ବୃଦ୍ଧି ପାଇବ। ବର୍ଷକ ତଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ଏହି ପ୍ରସ୍ତାବ ଉପରେ ସମୀକ୍ଷା କରାଯାଉଥିବା ସୂଚନା ଦେଇଥିଲେ। ଏବେ କେନ୍ଦ୍ର କ୍ୟାବିନେଟ ଝିଅଙ୍କ ବାହାଘର ବୟସ ୨୧କୁ ବୃଦ୍ଧି ସଂକ୍ରାନ୍ତ ପ୍ରସ୍ତାବ ଉପରେ ମୋହର ମାରିଛି। ଗତବର୍ଷ ସ୍ୱାଧୀନତା ଦିବସ ଭାଷଣ ବେଳେ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ “ଝିଅ ଓ ଭଉଣୀମାନଙ୍କ ସ୍ୱାସ୍ଥ୍ୟ ପ୍ରତି ସରକାର ସବୁବେଳେ ଯତ୍ନବାନ ରହିଛନ୍ତି। ଝିଅମାନଙ୍କୁ ଅପପୁଷ୍ଟିରୁ ରକ୍ଷା କରିବାକୁ ହେଲେ, ସେମାନଙ୍କ ବିବହାର ଠିକ୍ ବୟସରେ ହେବା ଦରକାର।”






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..