ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୧୫୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣେ ଆକ୍ରାନ୍ତଂକର ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୬ ଜଣ ଅଛନ୍ତି। ସଂଗରୋଧରୁ ୯୧ ଓ ସ୍ଥାନୀୟ ସଂକ୍ରମିତ ୬୩ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟର ଭଦ୍ରକ ଜିଲ୍ଲାରେ ୩, ବଲାଙ୍ଗିର ୧, ବଉଦ ୧, କଟକ ୨୦, ଦେବଗଡ ୭, ଢେଙ୍କାନାଳ ୨, ଗଞ୍ଜାମ ୪ ଓ ଜଗତସିଂହପୁରରେ ୨ ଜଣ ଚିହ୍ନଟ ହୋଇଛନ୍ତି। ଯାଜପୁରରେ ୨, କଳାହାଣ୍ଡି ୧, ଖୋର୍ଦ୍ଧା ୭୯, ମୟୁରଭଞ୍ଜ ୪, ନୟାଗଡ ୧, ପୁରୀ ୨, ରାୟଗଡା ୧, ସମ୍ବଲପୁର ୩, ସୁନ୍ଦରଗଡ ୨ ଓ ଷ୍ଟେଟପୁଲରୁ ୧୯ ଜଣଙ୍କୁ ଚିହ୍ନଟ କରାଯାଇଛି। ଦିନକରେ ୧୬୬ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ରାଜ୍ୟରେ ମୋଟ ୧୦୪୨୦୦୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି। ସଂପ୍ରତି ୧୯୭୬ ଜଣ ସକ୍ରିୟ କରୋନା ଆକ୍ରାନ୍ତ ରହିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି। ସେହିପରି କଳାହାଣ୍ଡି ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଆଜିର କରୋନା ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୧ବୃଦ୍ଧି ପାଇଛି | ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।






More Stories
ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ବଡ଼ ଘୋଷଣା…..
ବଙ୍ଗାଳୀ ଶ୍ରମିକଙ୍କୁ ହତ୍ୟା ,୬ ଗିରଫ…..
ଜଳିଗଲା ବସ୍,୧୦ ମୃତ……