Report Card Odisha

| Daily Odia News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬୯ କୋଭିଡ ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬୯ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ୨୯ ଜଣ ଅଛନ୍ତି। ସଂଗରୋଧରୁ ୯୭ ଓ ସ୍ଥାନୀୟ ସଂକ୍ରମିତ ୭୨ ଜଣ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୬୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କର ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨, ଭଦ୍ରକ ୨, ବଲାଙ୍ଗିର ୨, କଟକ ୯, ଦେବଗଡ ୫, ଗଜପତି ୩ ଓ ଗଞ୍ଜାମରୁ ୭ ଚିହ୍ନଟ ହୋଇଛନ୍ତି। ସେହିଭଳି ଯାଜପୁରରୁ ୩, ଝାରସୁଗୁଡା ୨, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୮୮, ମୟୁରଭଞ୍ଜ ୩, ନୟାଗଡ ୨, ପୁରୀ ୨, ସମ୍ବଲପୁର ୧୦, ସୁନ୍ଦରଗଡ ୯ ଓ ଷ୍ଟେଟପୁଲରୁ ୧୯ ଜଣଙ୍କୁ ଚିହ୍ନଟ କରାଯାଇଛି। ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୧୦୫୨୬୪୧ ଜଣ ସୁସ୍ଥ ହୋଇସାରିଲେଣି। ସଂପ୍ରତି ୧୯୨୨ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି। ସେହିପରି ଆଜିର ମୃତକଙ୍କ ମଧ୍ୟରେ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୨ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

 

 

Breaking News