Report Card Odisha

| Daily Odia News

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଇତିହାସ ଲେଖିବ ଓଡ଼ିଶା, ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ଇତିହାସ ଲେଖିବ ଓଡ଼ିଶା | ଆଜି ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଏହି ସେବା ଶୁଭାରମ୍ଭ କରିବେ । ପ୍ରଥମ ପର୍ଯ୍ୟାୟରେ ୪ଟି ଜିଲ୍ଲା ମାଲକାନଗିରି, ନବରଙ୍ଗଗପୁର, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାର ରୋଗୀଙ୍କ ପାଖରେ ହେଲିକପ୍ଟରରେ ପହଞ୍ଚିବେ ଡାକ୍ତରୀ ଟିମ୍ । ଆବଶ୍ୟକ ହେଲେ ରୋଗୀଙ୍କୁ ଏୟାରଲିଫ୍ଟ ମଧ୍ୟ କରାଯାଇପାରେ । ଆଜି ମାଲକାନଗିରିରୁ ଏହି ସେବାର ଶୁଭାରମ୍ଭ ହେବ । ସୂଚନା ଅନୁସାରେ- ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ରେ ସ୍ମାର୍ଟ ହେଲ୍ ଥ କାର୍ଡରେ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେଇଛନ୍ତି ସରକାର | ଏହା ପରେ ନବୀନ ସରକାର ବାୟୁ ସ୍ବାସ୍ଥ୍ୟସେବା ଆରମ୍ଭ କରୁଛନ୍ତି । ସୋମବାର ଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ସେବାର ଶୁଭାରମ୍ଭ କରିବେ । ଉତ୍ତମ ସ୍ବାସ୍ଥ୍ୟସେବା ପାଇଁ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଆରମ୍ଭ ହେବ । ପରବର୍ତ୍ତୀ ସମୟରେ ଅନ୍ୟ ଜିଲ୍ଲାରେ ମଧ୍ୟ ଏହି ସୁବିଧା ଉପଲବ୍ଧ ହେବ । ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଦ୍ବାରା ଉପାନ୍ତ ଅଞ୍ଚଳର ଲୋକେ ସହଜରେ ଚିକିତ୍ସା ସେବା ପାଇ ପାରିବେ । ସମୟ ବଞ୍ଚିବା ସହ ଯାତାୟାତ ଯନ୍ତ୍ରଣାରୁ ରୋଗୀଙ୍କୁ ମିଳିବ ମୁକ୍ତି ।

Breaking News