Report Card Odisha

| Daily Odia News

ମହାନଦୀରେ ଦୀର୍ଘତମ ଟି-ସେତୁର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / କଟକ

ମହାନଦୀରେ ଲୋକାର୍ପିତ ହେଲା ବହୁ ପ୍ରତିକ୍ଷିତ ବଡ଼ମ୍ବା ଗୋପିନାଥପୁରକୁ ବାଙ୍କୀ-ବୈଦେଶ୍ୱର ସହିତ ସଂଯୋଗ ହୋଇଥିବା ଟି-ସେତୁ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭ ଉଦଘାଟନ କରିଛନ୍ତି । ୧୩୨ କୋଟି ୬୨ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ଏହି ସେତୁ । ଏହି ଉଦ୍‌ଘାଟନ ସମୟରେ ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ ସମେତ ୫ ଟି ସଚିବ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ। ୨୦୧୪ ରେ ଏହି ସେତୁର ନିର୍ମାଣ ପାଇଁ ଶିଳାନ୍ୟାସ ହୋଇଥିବା ବେଳେ କିଛି ବୈଷୟିକ ତ୍ରୁଟି କାରଣରୁ ଏହାର କାର୍ଯ୍ୟ ବିଳମ୍ବ ହୋଇଥିଲା। ସୂଚନା ଅନୁସରେ- ଏହି ସେତୁର ନିର୍ମାଣ ଉଦ୍‌ଘାଟନ ଦ୍ୱାରା ଭୁବନେଶ୍ୱର-ପୁରୀ-ଖୋର୍ଦ୍ଧା-ନୟାଗଡ଼-ବ୍ରହ୍ମପୁର ସହିତ ଢେଙ୍କାନାଳ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାକୁ ଯୋଗାଯୋଗ ସହଜ ହେବ। କଟକ ଜିଲ୍ଲା ବଡ଼ମ୍ବା ଗୋପୀନାଥପୁରରୁ ବାଙ୍କୀ- ବୈଦେଶ୍ୱର ସଂଯୋଗ କରୁଛି ଏହି ଟି-ସେତୁ। ମହାନଦୀ ମଧ୍ୟଭାଗରେ ତିଆରି ହୋଇଛି ଏହି ଟି-ସେତୁ। ଏହି ସେତୁଟିର ଲମ୍ବ ୩ କିଲୋମିଟର ୧୧୮ ମିଟର ହୋଇଥିବାବେଳେ ପୋଲର ମଧ୍ୟଭାଗରୁ ସିଂହନାଥ ଶୈବପୀଠକୁ ଯୋଡ଼ାଯାଇଥିବାରୁ ଏହାକୁ ଟି-ସେତୁ ବୋଲି କୁହାଯାଉଛି।

Breaking News