ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ସନ୍ଧ୍ୟା ୫ଟା ୪୫ ମିନିଟରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ରାଜ୍ୟ ସରକାରଙ୍କ ପକ୍ଷରୁ ୮ଟିରୁ ଊର୍ଦ୍ଧ୍ବ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ମାଧ୍ୟମରେ ବୈଠକ ହେବ। ଆସନ୍ତା ସପ୍ତାହରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବାକୁ ଥିବାରୁ ଏହି କ୍ୟାବିନେଟ୍ ବେଶ୍ ଗୁରୁତ୍ବ ବହନ କରୁଛି। ଏଥିରେ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚ ସ୍ତରୀୟ ମଞ୍ଜୁରୀ କର୍ତ୍ତୃପକ୍ଷ, ଏଚ୍ଏଲ୍ ସିଏ ବୈଠକ ବସି କିଛି ଶିଳ୍ପ ପ୍ରକଳ୍ପକୁ ମଧ୍ୟ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..