ରିପୋର୍ଟ କାର୍ଡ / ଭୁବନେଶ୍ୱର
ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ‘ପ୍ରଳୟ’ର ସଫଳ ପରୀକ୍ଷା ବୁଧବାର ଦିନ ଓଡ଼ିଶା ଉପକୂଳରେ କରାଯାଇଛି। ଡଃ ଏ ପି ଜେ ଅବଦୁଲ କଲାମ ଦ୍ୱୀପରୁ ଏହି କ୍ଷେପଣାସ୍ତ୍ରର ପରୀକ୍ଷା କରାଯାଇଥିଲା। ଏହାର ଲକ୍ଷ୍ୟଭେଦ କ୍ଷମତା ୧୫୦ରୁ ୫୦୦ କିଲୋମିଟର ପର୍ଯ୍ୟନ୍ତ ରହିଥିବାବେଳେ ଏହା ୧ ହଜାର କିଲୋଗ୍ରାମ ପର୍ଯ୍ୟନ୍ତ ଓଜନର ଯୁଦ୍ଧାସ୍ତ୍ର ବହନ କରିପାରିବ। ଏହା ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କରିପାରିବ ବୋଲି ଡିଆରଡିଓ ସୂତ୍ରରୁ କୁହାଯାଇଛି।






More Stories
ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!…..
ରାଜଧାନୀରେ ଯୁବତୀଙ୍କୁ ଅପହରଣ : ଜଣେ ଗିରଫ…..
ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ…..