Report Card Odisha

| Daily Odia News

ମାସ୍କ ପିନ୍ଧନ୍ତୁ , ଆବଶ୍ୟକ ନଥିଲେ ଘରୁ ବାହାରନି: ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ /ଭୁବନେଶ୍ୱର

ଓମିକ୍ରନକୁ ନେଇ ଲୋକସେବା ଭବନରେ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଆଜି ଉଚ୍ଚସ୍ତରୀୟ ବୈଠକ ଆୟୋଜିତ ହୋଇଛି। ରାଜ୍ୟରେ କିପରି ଓମିକ୍ରନର ମୁକାବିଲା କରାଯିବ ସେ ନେଇ ବୈଠକରେ ଆଲୋଚନା ହୋଇଛି। ଗତକାଲି ଦୁଇଜଣ ବିଦେଶ ଫେରନ୍ତାଙ୍କରେ ଓମିକ୍ରନ୍ ଭାରିଆଣ୍ଟ ଚିହ୍ନଟ ହୋଇଥିଲା। ସେପଟେ ଓମିକ୍ରନ୍‌କୁ ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମାସ୍କ ପିନ୍ଧିବା ସହ ଆବଶ୍ୟକ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଓମିକ୍ରନ ମୁକାବିଲା ପାଇଁ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ଶେଷ ପରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଲେ- ୫ଟି ପ୍ରସଙ୍ଗ ଉପରେ ଗୁରୁତ୍ୱ ଦେବାକୁ ସରକାରଙ୍କ ନିଷ୍ପତ୍ତି ନେଇଛନ୍ତି।

ସର୍ଭେଲାନ୍ସକୁ ଜୋରଦାର।
ଟିକାକରଣକୁ ବ୍ୟାପକ କରାଯିବ।
ଜିନମ୍ ସିକୁଏନ୍ସିଂ ସଂଖ୍ୟା ବୃଦ୍ଧି କରାଯିବ।
ଟେଷ୍ଟିଂ, ଟ୍ରାକିଂକୁ ଗୁରୁତ୍ୱ।
ନୂଆ ବର୍ଷରେ ଭିଡ଼କୁ ଦୃଷ୍ଟିରେ ରଖି ପଦକ୍ଷେପ

Breaking News