ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି | ବର୍ତ୍ତମାନ ସୁଦ୍ଧା ଦେଶରେ ୧୨୭୦କୁ ବୃଦ୍ଧିପାଇଛି। ସେମାନଙ୍କ ମଧ୍ୟରୁ ୩୭୪ ଜଣ ସୁସ୍ଥ ହୋଇସାରିଛନ୍ତି । ମହାରାଷ୍ଟ୍ରରେ ସର୍ବାଧିକ ୪୫୦ ଜଣ ଏହି ପ୍ରକରଣରେ ଆକ୍ରାନ୍ତ ହୋଇଥିବା ଚିହ୍ନଟ କରାଯାଇଥିବାବେଳେ ଦିଲ୍ଲୀରେ ୩୨୦ ଓ କେରଳରେ ୧୦୯ ଚିହ୍ନଟ ହୋଇଛନ୍ତି। ସେହିଭଳି ଗୁଜରାଟ ୯୭, ରାଜସ୍ଥାନ ୬୯, ତେଲେଙ୍ଗାନା ୬୨ ଓ ତାମିଲନାଡୁରେ ୪୬ ଜଣଙ୍କୁ ଚିହ୍ନଟ କରାଯାଇଛି। କର୍ଣ୍ଣାଟକ ୩୪, ଆନ୍ଧ୍ରପ୍ରଦେଶ ୧୬, ହରିଆଣା ୧୪, ଓଡ଼ିଶା ୧୪, ପଶ୍ଚିମବଙ୍ଗ ୧୧, ଉତ୍ତରାଖଣ୍ଡ ୪, ଚଣ୍ଡିଗଡ ଓ ଜମ୍ମୁ କାଶ୍ମୀର ପ୍ରତ୍ୟେକରେ ୩, ଆଣ୍ଡାମାନ ନିକୋବର ଓ ଉତ୍ତର ପ୍ରଦେଶରେ ୨ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଗୋଆ, ହିମାଚଳପ୍ରଦେଶ, ଲଦାଖ, ମଣିପୁର, ପଞ୍ଜାବରେ ଓମିକ୍ରନ ପ୍ରକରଣରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….